ଧର୍ମେନ୍ଦ୍ରଙ୍କୁ ଭେଟିଲେ ଲକ୍ଷ୍ମୀନିବାସ ମିତ୍ତଲ।

ଭୁବନେଶ୍ୱର : ଇସ୍ପାତ କମ୍ପାନି ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଏବଂ ସିଇଓ ଆଦିତ୍ୟ ମିତ୍ତଲ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ  ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି ।  ଏହି ବୈଠକରେ ଓଡିଶାରେ ଇସ୍ପାତ ଉତ୍ପାଦନ ଓ ଖଣି କ୍ଷେତ୍ରର ଅଭିବୃଦ୍ଧି ଏବଂ କମ୍ପାନୀର ସଂପ୍ରସାରଣ ସହ ଜଡିତ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା । ବିଶେଷ ଭାବରେ ଓଡ଼ିଶାକୁ ଇସ୍ପାତ ଶିଳ୍ପର ପେଣ୍ଠସ୍ଥଳୀରେ ପରିଣତ କରିବା ଏବଂ ଏଥିରେ ଆର୍ସେଲର ମିତ୍ତଲର ଭୂମିକା କଣ ରହିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା ।

ଏହି ଆଲୋଚନା ରେ ତୈଳ, ଗ୍ୟାସ, ଇସ୍ପାତ୍, ପେଟ୍ରୋକେମିକାଲ ଏବଂ ଖଣି କ୍ଷେତ୍ର ଉପରେ ସମୀକ୍ଷା କରାଯାଇଥିଲା । ବିଶେଷ ଭାବରେ ନୂତନ ଉଦ୍ଭାବନ ମାଧ୍ୟମରେ କିପରି ତୈଳ, ଗ୍ୟାସ, ଇସ୍ପାତ୍, ପେଟ୍ରୋକେମିକାଲ ଏବଂ ଖଣି କ୍ଷେତ୍ରକୁ ଅଧିକ ମଜବୁତ୍, ଦକ୍ଷତା ସମ୍ପନ୍ନ ଏବଂ ବିଶ୍ବସ୍ତରୀୟ ପ୍ରତିଯୋଗିତାମୂଳକ କରିହେବ ସେ ନେଇ ଆଲୋଚନା ହୋଇଥିଲା । ଭାରତ ସରକାର ଙ୍କ ଆତ୍ମନିର୍ଭର ଯାତ୍ରାରେ ଆର୍ସେଲର ମିତ୍ତଲର ସହଯୋଗ ନେଇ ଆଲୋଚନା କରିଥିଲେ ।

Leave a Reply

Your email address will not be published. Required fields are marked *