୨୧ ଜିଲ୍ଲାକୁ ବଜ୍ରପାତ ଭୟ ହୋଇପାରେ କାଳବୈଶାଖୀ; ୟେଲୋ ଓ୍ଵାର୍ଣ୍ଣିଂ ଜାରି।

ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମୁତାବକ ଆଜି (୨୧ ଅପ୍ରେଲ, ବୁଧବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୨ ଅପ୍ରେଲ, ଗୁରୁବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୧ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *