ଆହୁରି ୨ ଦିନ ବର୍ଷିବ: ୨୮ରୁ ବଦଳିବ ପାଗ

ଭୁବନେଶ୍ବର: ଆହୁରି ୨ ଦିନ ଜୋର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ ସତର୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆହୁରି ୨ ଦିନ ବର୍ଷିବ।୨୮ ତାରିଖରୁ ପାଗ ବଦଳିବ।
ଶ୍ରୀ ଦାସ ଆହୁରି କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ୨ ପ୍ରକାରର ନିୟାମକ ସକ୍ରିୟ ରହିଛି। ଗୋଟିଏ ନିମ୍ନଚାପ ରେଖା ଓ ସକ୍ରିୟ ଲଘୁଚାପ, ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେଗୁଡ଼ିକ ହେଲା ବରଗଡ଼, ସୁନ୍ଦରଗଡ଼,ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, କେନ୍ଦୁଝର। ସେହିପରି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisement

ଏଥିସହ ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଲଘୁଚାପଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି

Leave a Reply

Your email address will not be published. Required fields are marked *