ଉପର ମୁହାଁ କରୋନା : ୨୪ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୩୧୪୪ ପଜିଟିଭ୍, ସୁନ୍ଦରଗଡ଼ରୁ ସର୍ବାଧିକ ୫୨୩

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା। ଧିରେ ଧିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୧୪୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୩୨୧ଟି ହେଉଛି ଲୋକାଲ୍ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ମିଳିଛି ।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୩୧୪୪ ପଜିଟିଭଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୪୯୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରେ ୪୯, ବାଲେଶ୍ୱରରେ ୨୮, ବରଗଡ଼ରେ ୧୫୬, ଭଦ୍ରକରେ ୫୧, ବଲାଙ୍ଗୀର ୯୨, ବୌଦ୍ଧରେ ୭, କଟକରେ ୧୪୦, ଦେବଗଡ଼ରେ ୨୧, ଢେଙ୍କାନାଳରେ ୧, ଗଜପତିରେ ୬୭, ଗଞ୍ଜାମରେ ୪୪, ଜଗତସିଂହପୁରରେ ୧୮, ଯାଜପୁରରେ ୭୬, ଝାରସୁଗୁଡ଼ାରେ ୧୧୯, କଳାହାଣ୍ଡିରେ ୫୩, କନ୍ଧମାଳରେ ୧୩, କେନ୍ଦ୍ରାପଡ଼ାରେ ୧୫, କେନ୍ଦୁଝରରେ ୧୨୮, କୋରାପୁଟରେ ୧୮, ମାଲକାନଗିରିରେ ୪, ମୟୂରଭଞ୍ଜରେ ୬୮, ନବରଙ୍ଗପୁରରେ ୯୬, ନୟାଗଡ଼ରେ ୨୯, ନୂଆପଡ଼ାରେ ୩୯୫, ପୁରୀରେ ୧୨୯, ରାୟଗଡ଼ାରେ ୪୪, ସମ୍ବଲପୁରରେ ୧୪୯, ସୋନପୁର ୪, ଓ ଷ୍ଟେଟ୍ ପୁଲରୁ ୧୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *