ରାଜ୍ୟରେ ଚିନ୍ତା ବଢାଉଛି କୋରନା ଜନିତ ମୃତ୍ୟୁ ,ତାଲିକାର ଶୀର୍ଷରେ ଅନୁଗୋଳ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି।

ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୭୫୪ କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *