ହୀରାକୁଦ ବନ୍ଦ କଲା ଆଉ ୪ ଗେଟ୍‌, ୨୮ଟି ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ଭୁବନେଶ୍ଵର: ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗେଟ୍‌ ବନ୍ଦ କରାଯାଉଛି। ଆଜି ଅପରାହ୍ନରେ ୮ ଟି ଗେଟ୍‌ ବନ୍ଦ କରାଯାଇଥିବା ବେଳେ ସନ୍ଧ୍ୟାରେ ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି। ବର୍ତ୍ତମାନ ହୀରାକୁଦ ଡ୍ୟାମରୁ ୨୮ଟି ଗେଟ୍‌ ଦେଇ ଜଳନିଷ୍କାସନ କରାଯାଉଛି। ଏଥିରେ ବାମ ପାର୍ଶ୍ବରୁ ୨୦ ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisement

ବର୍ତ୍ତମାନ ହୀରାକୁଦ ଜଳ ଭଣ୍ଡାରକୁ  ୪ ଲକ୍ଷ ୨୪ ହଜାର ୭୮୬ କ୍ୟୁସେକ ଜଳ ପ୍ରବେଶ କରୁଛି । ୫ ଲକ୍ଷ ୪୫ ହଜାର ୪୭୧ କ୍ୟୁସେକ ଜଳ  ନିଷ୍କାସନ ହେଉଛି । ବର୍ତ୍ତମାନ ୬୨୩.୯୧ ଫୁଟ ରହିଛି ହୀରାକୁଦର ଜଳସ୍ତର । ଆଗକୁ ବର୍ଷା ଆସୁଥିବାରୁ ହୀରାକୁଦର ଜଳସ୍ତର ୬୨୨ ରେ ରଖିବାକୁ ଚେଷ୍ଟା କରାଯାଉଛି । ଆଜି ହୀରାକୁଦ ୧୨ ଟି ଗେଟ ବନ୍ଦ କରାଯାଇଛି। ପୂର୍ବରୁ ୪୦ ଟି ଗେଟ୍‌ ଦେଇ ଜଳନିଷ୍କାସନ କରାଯାଉଥିଲା। ଆଜି ୧୨ଟି ବନ୍ଦ ହେବାପରେ ୨୮ ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ଆଶା କରାଯାଉଛି ଯେ, ଆଗାମୀ ସମୟରେ ହୀରାକୁଦ ଜଳଭଣ୍ଡାରରୁ ଆହୁରି ଗେଟ୍‌ ବନ୍ଦ କରି ଦିଆଯାଇ ପାରେ। ପର୍ଯ୍ୟାୟ କ୍ରମେ ଡ୍ୟାମ୍‌ରୁ ଗେଟ୍‌ଗୁଡ଼ିକ ବନ୍ଦ କରାଯିବା ପରେ ମହାନଦୀରେ ବନ୍ୟାଜଳ ହ୍ରାସ ପାଇବ, ଯାହାକୁ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରିବ।

Leave a Reply

Your email address will not be published. Required fields are marked *