ନୂଆଦିଲ୍ଲୀ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ତଥା ଡ. ହରେକୃଷ୍ଣ ମହତାବଙ୍କ ଲିଖିତ ‘ଓଡ଼ିଶା ଇତିହାସ’ ପୁସ୍ତକର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ପ୍ରଖ୍ୟାତ ହିନ୍ଦୀ ସାହିତ୍ୟିକ ଶଙ୍କରଲାଲ ପୁରୋହିତ ଓଡ଼ିଶା ଇତିହାସ ପୁସ୍ତକର ହିନ୍ଦୀ ଅନୁବାଦ କରିଛନ୍ତି । ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ରହିଥିଲେ ।
Related Posts
ରାଜ୍ୟ ନିର୍ବାଚନ କମିସନର ଙ୍କ ସୂଚନା ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ପୌର ନିର୍ବାଚନ ଲାଗିହେବ ଭୋଟ ଗ୍ରହଣ।
ଭୁବନେଶ୍ୱର: ଆଗାମୀ ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ପୌର ନିର୍ବାଚନ ଲାଗି ଭୋଟ ଗ୍ରହଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିସନର…
JSPL ଫାଉଣ୍ଡେସନ ପକ୍ଷରୁ ରଜ ପର୍ବ ଗୋଷ୍ଠୀ ସମୁଦହଙ୍କ ସହ ପାଳିତ
ଅନୁଗୋଳ :ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସାମାମାଜିକ ଦାୟିତ୍ଵବୋଧ ଶାଖା ଭାବେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନପକ୍ଷରୁ ରଜ ପର୍ବ ସ୍ଥାନୀୟ ପାର୍ଶ୍ଵବର୍ତୀ ଗ୍ରାମର ଗୋଷ୍ଠୀ ସମୁଦାୟଙ୍କ…
ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ: ୯ଟି ପ୍ରସ୍ତାବକୁ ମଞ୍ଜୁରି
ଭୁବନେଶ୍ୱର: ଶୁକ୍ରବାର ଦିନ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଧ୍ୟାହ୍ନ ସାଢ଼େ ୧୨ଟାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ଏହି…