ଏଣିକି ମାସ୍କ ନପିନ୍ଧିଲେ ୨ଗୁଣ ଜରିମାନା: ରାଜ୍ୟବ୍ୟାପି ୧୪ ଦିନିଆ ମାସ୍କ ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ।

ଭୁବନେଶ୍ବର : ବିନା ମାସ୍କରେ ବାହାରକୁ ବାହାରନ୍ତୁ ନାହିଁ। ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କବଚ। ମାସ୍କ ପିନ୍ଧିଲେ କରୋନାକୁ ବିନା ଲକ୍‌ଡାଉନ୍‌ରେ ରୋକିପାରିବା। ଯଦି ନିଜର ଜୀବନ ଜୀବିକାକୁ ବଜୟା ରଖିବାକୁ ଚାହାନ୍ତି ତେବେ, ମାସ୍କ ପିନ୍ଧନ୍ତୁ। ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ମୁଁ ମାସ୍କ ପିନ୍ଧୁ ନ ଥିବା ଲୋକଙ୍କଠାରୁ ଜରିମାନା ଆଦାୟ କରିବାକୁ ପୁଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି, ସେମାନଙ୍କ ଠାରୁ ୨ ଗୁଣ ଜରିମାନା ଆଦାୟ କରାଯିବ। ଦେଶର ଅନ୍ୟ ରାଜ୍ୟରେ ଲକ୍‌ଡାଉନ୍‌ ଓ ରାତ୍ରିକାଳୀନ କର୍ଫ୍ୟୁ ଆରମ୍ଭ ହୋଇଯାଇଛି। ଆମେ କଟକଣା ମାନିଲେ ଏସବୁର ଦରକାର ପଡ଼ିବ ନାହିଁ। ଆସନ୍ତୁ ଆମେ ଆଜିଠାରୁ ୧୪ ଦିନିଆ ମାସ୍କ ଅଭିଯାନ ଆରମ୍ଭ କରିବା। ଏହି ସମୟରେ କଡ଼ାକଡ଼ି ଭାବେ ମାସ୍କ ପିନ୍ଧିବା ନିୟମ ପାଳନ କରିବା। ତେବେ ଏହା ଏକ ଅଭ୍ୟାସରେ ପରିଣତ ହୋଇଯିବ। ପୂରା ନାକ ଓ ମୁହଁକୁ ବନ୍ଦ କରି ମାସ୍କ ପିନ୍ଧିବା। ତେବେ କରୋନାକୁ ଜିତି ପାରିବା। ମା’ ମାନଙ୍କୁ ବିଶେଷ ଅନୁରୋଧ ଘରଲୋକ ଯେତେବେଳେ ବାହାରକୁ ଯାଉଛନ୍ତି ସେମାନେ ଯେଭଳି ମାସ୍କ ପିନ୍ଧିବେ ସେଥିପ୍ରତି ବିଶେଷ ଧ୍ୟାନ ଦେବେ। ମା’ ମନେ ସତର୍କ ହେଲେ କରୋନା ଘର ଭିତରକୁ ଆସିପାରିବ ନାହିଁ। ସରକାର ବାହାରେ ଜଗିଛନ୍ତି। ତେଣୁ ମା’ ମାନେ ଘର ଭିତରେ ପରିବାରର ଲୋକଙ୍କୁ ଜଗନ୍ତୁ।

ଯେଉଁମାନେ କୋଭିଡ-୧୯ ଟିକା ନେଇ ନାହାନ୍ତି, ସେମାନେ ନିଶ୍ଚୟ ଭାବେ ମାସ୍କ ପିନ୍ଧନ୍ତୁ। ଯେଉଁମାନେ ଟିକା ନେଇଛନ୍ତି, ସେମାନେ ବି ମାସ୍କ ପିନ୍ଧନ୍ତୁ। ତା’ ହେଲେ ଯାଇ ବିନା ଲକ୍ଡା‌ଉନରେ କୋରନାକୁ ରୋକିପାରିବା। ଯଦି ଆପଣ ଚାହୁଁଛନ୍ତି ଯେ, ଆପଣଙ୍କ ରୋଜଗାର ବନ୍ଦ ନହେଉ ତେବେ ଆପଣଙ୍କ ଜୀବିକା ଠିକ ଭାବେ ଚାଲୁ ତା’ହେଲେ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି।

Advertisement

Leave a Reply

Your email address will not be published. Required fields are marked *