ଭୁବନେଶ୍ୱର: ରାଜ୍ଯର ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ତାରିଖ ଯାଏ ରାଜ୍ୟ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏସଆରସି ସେସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି ।

୧୮ ତାରିଖରୁ ୧୯ ତାରିଖ ସକାଳ ୮ଟା ୩୦ ଯାଏ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।