ଆକାଶ ମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.

ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ।
ଏହା ପୂର୍ବରୁ ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ଏହା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ।

ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

Leave a Reply

Your email address will not be published. Required fields are marked *