୨୪ ଘଣ୍ଟାରେ ୩୩ ଆକ୍ରାନ୍ତ ଙ୍କ ଜୀବନ ନେଇଛି ମହାମାରୀ,ଅନୁଗୋଳ ରୁ ସର୍ବାଧିକ ୫ ମୃତ ।

ଭୁବନେଶ୍ୱର: ଓଡିଶାରେ କରୋନା ସଂକ୍ରମଣ ପୁଣି ବଢିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଯାହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୭୧୯କୁ ବୃଦ୍ଧି ପାଇଛି ।ଆଜି ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି, ନବରଙ୍ଗପୁର, ସୁନ୍ଦରଗଡ ଓ ବୌଦ୍ଧରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗତପତିରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲାକାନଗିରି ଓ ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଟୁଇଟ ଯୋଗେ ସୂଚନା ଦେଇଛି ରାଜ୍ୟ ସୂଚନା ଲୋକ ସମ୍ପର୍କ ବିଭାଗ

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯,୫୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୩୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୭,୫୬,୬୮୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୬,୫୮,୬୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯୫, ୨୬୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave a Reply

Your email address will not be published. Required fields are marked *