୨୪ ଘଣ୍ଟା ମଧ୍ୟରେ୧୩ ଜିଲ୍ଳାକୁ ପ୍ରବଳ ବର୍ଷା ସମ୍ଭାବନା, ୟୋଲୋ ୱାର୍ଣ୍ଣିଂ ଜାରି।

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୧୯ରୁ ୨୦ ତାରିଖ ମଧ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଳାଗୁଡ଼ିକ ମଧ୍ୟରେ ରହିଛି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର।

Leave a Reply

Your email address will not be published. Required fields are marked *