ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ।

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ , ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisement

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଳାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ତେବେ ଏହି ସମୟରେ ରାଜଧାନୀ ଭୁବନେଶ୍ବରର ଆକାଶ ମେଘୁଆ ରହିବ। ସହରର ତାପମାତ୍ରା ୨୬ ଡିଗ୍ରି ସେଲ୍‌ସିୟସ୍‌ରୁ ୩୫ ଡିଗ୍ରି ସେଲ୍‌ସିୟସ ମଧ୍ୟରେ ରହିବ ବୋଲଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି

Leave a Reply

Your email address will not be published. Required fields are marked *