କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଭେଟି ସ୍ମାରକ ପତ୍ର ଦେଲେ ବିଜେପି ସାଂସଦ.

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଗୁରୁବାର ରାଜ୍ୟ ବିଜେପି ସାଂସଦମାନଙ୍କର ଏକ ପ୍ରତିନିଧି ମଣ୍ଡଳୀ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଭେଟି ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ) କାର୍ଯ୍ୟକାରୀ କରିବାରେ ଅନିୟମିତତା, ହେରଫେର୍ ତଥା ଅବ୍ୟବସ୍ଥା ଉପରେ ଅବଗତ କରିବା ସହ ଅଭାବୀ ତଥା ଯୋଗ୍ୟ ହିତାଧିକାରୀଙ୍କୁ ବଂଚିତ କରିବା ନେଇ ଅଭିଯୋଗ କରିବା ସହ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ।

କେନ୍ଦ୍ରର ଏହି ଯୋଜନାରୁ ଅଧିକାଂଶ ଗରିବ ହିତାଧିକାରୀ ଲାଭ ପାଇପାରୁନାହାନ୍ତି ବୋଲି କହିବା ସହ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନଏଫଏସଏ) ଜାଲିଆତି ଘଟଣାର ତଦନ୍ତ ନି‌ର୍ଦେଶ ପାଇଁ ସାଂସଦ ପ୍ରତିନିଧିମାନେ ଦାବି କରିଛନ୍ତି ।

Leave a Reply

Your email address will not be published. Required fields are marked *