୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ,ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା।

ଭୁବନେଶ୍ୱର: ଆଗାମୀ ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଆବେଦନ କରିପାରିବେ। କରୋନା ପାଇଁ କୌଣସି ଆଡମିସନ ଫି ବୃଦ୍ଧି ହେବ ନାହିଁ ବୋଲି ବି ମନ୍ତ୍ରୀ କହିଛନ୍ତି।

ଏଣେ ରାଜ୍ୟରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ, ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି। କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର ଓ ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି। ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା। ଏଥିମଧ୍ୟରୁ କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା

Leave a Reply

Your email address will not be published. Required fields are marked *