ରବିବାର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ: ସ୍କାଏମେଟ୍

ଭୁବନେଶ୍ବର : ଚଳିତ ମାସରେନିଅଣ୍ଟିଆ ବର୍ଷା ଦେଖାଦେଇଥିବାବେଳେ ଏବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପରିସ୍ଥିତି ରେ ସୁଧାର ଆଣିପାରେ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ କହିଛି । ହେଲେ ଏହି ଲଘୁଚାପ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ଏପର୍ଯ୍ୟନ୍ତ କୌଣସି ସୂଚନା ଦେଇନାହିଁ । ଏପରିକି ମାସ ଶେଷ ସୁଦ୍ଧା ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ବିଭାଗ କହିଛି ।

ଗତ କାଲି ସ୍କାଏମେଟ କହିଥିଲା ଯେ, ଅଗଷ୍ଟ ୩୦ ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କିନ୍ତୁ ଆଜି ସ୍କାଏମେଟ ନିଜର ପୂର୍ବାନୁମାନକୁ ଟିକିଏ ସଂଶୋଧିତ କରି କହିଛି ଯେ ଏହି ଲଘୁଚାପଟି ୨୯ ତାରିଖ ବେଳକୁ ସୃଷ୍ଟି ହେବ । ଏହା ପୂର୍ବରୁ ୨୭ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହେବ । ପରବର୍ତ୍ତୀ ଦୁଇଦିନରେ ଏହା ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ନିଷ୍କ୍ରିୟ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୭ରୁ ୨୯ ମଧ୍ୟରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଦି ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *