ସେପ୍ଟେମ୍ଵର ୩୦ରେ ହେବ ପିପିଲି ଉପ-ନିର୍ବାଚନ।

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ଏ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ । ସେପ୍ଟେମ୍ଵର ୩୦ରେ ଅନୁଷ୍ଠିତ ହେବ ପିପିଲି ଉପ-ନିର୍ବାଚନ । ଅକ୍ଟୋବର ୩ରେ ହେବ ଭୋଟ ଗଣତି । ପିପିଲି ଉପ-ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୩ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ସେହିଭଳି ୧୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ପିପିଲି ସମେତ ପଶ୍ଚିମବଙ୍ଗର ୩ଟି ଆସନ ପାଇଁ ମଧ୍ୟ ଉପନିର୍ବାଚନ ହେବ। ଉପ-ନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ତାରିଖ ଘୁଞ୍ଚାଯାଇଥିଲା । ପରେ ମହାମାରୀ କରୋନାର ଦ୍ଵିତୀୟ ଲହର ପାଇଁ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ପ୍ରକାଶ ଥାଉ କି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉପ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା ଏବଂ ଏନେଇ ରାଜ୍ୟର ପ୍ରମୁଖ ଦଳ ସମେତ ଅନ୍ୟମାନେ ନିର୍ବାଚନ ନେଇ ପ୍ରାର୍ଥୀ ଦେଇଥିଲେ । କିନ୍ତୁ ଦୁର୍ଭାଗ୍ୟବସତଃ କଂଗ୍ରେସ ପ୍ରାର୍ଥୀ ପ୍ରଚାର ସମୟରେ କରୋନା ସଂକ୍ରମିତ ହୋଇଥିଲେ ।  ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଥିଲା । ଏଣୁ ସେହି ସମୟରେ ଉପ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ତେବେ ଆଜି ପୁଣି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଉପ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *