ଭୁବନେଶ୍ବର : ପୌର ନିର୍ବାଚନ ପାଇଁ ଅଣ୍ଟା ଭିଡିଲେ ସରକାର । ଖୁବ୍ ଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ନିର୍ବାଚନ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରିଛନ୍ତି ସରକାର । ୩ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ନିର୍ବାଚନ ପାଇଁ ଜାରି ହୋଇଛି ବିଜ୍ଞପ୍ତି । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ହେବ ନିର୍ବାଚନ । ସେହିପରି ଅନ୍ୟ ୧୦୭ ମ୍ୟୁନିସିପାଲଟି ଓ ଏନଏସି ନିର୍ବାଚନ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।ସମସ୍ତ ପ୍ରସ୍ତୁତି ଶେଷ ପରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ଆହ୍ୱାନ କରାଯାଇଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଅବଗତ କରାଯାଇଛି ନଗର ଉନ୍ନୟନ ବିଭାଗ । ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ନିର୍ବାଚନ ହେବ। ସେହିପରି ମହାନଗର ନିଗମ କାଉନସିଲ୍, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ମଧ୍ୟ ନିର୍ବାଚନ ହେବ.
Related Posts
ପର ଲୋକରେ ଅନୁଗୋଳ ସ୍ଵାଧୀନତା ସଂଗ୍ରାମୀ
ଅନୁଗୋଳ ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ । ୧୦୩ ବର୍ଷ ବୟସରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ସେ…
ଆଇପିଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ,ପ୍ରିୟଦର୍ଶୀ ମିଶ୍ର ଗୁଇନ୍ଦା ନିର୍ଦ୍ଦେଶକ.
ଭୁବନେଶ୍ବର: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ତଥା…
‘ଇନାଡୁ’ ର ଓଡିଶା ପ୍ରତିନିଧି କେ ରାମା ରାଓଙ୍କର ପରଲୋକ.
ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ତଥା ତେଲୁଗୁ ଦୈନିକ ଖବରକାଗଜ ‘ଇନାଡୁ’ ର ଓଡିଶା ପ୍ରତିନିଧି କେ ରାମା ରାଓଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ 61 ବର୍ଷ…