ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ

ଭୁବନେଶ୍ୱର: ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ଆଜି ଅପରାହଣରେ ହିଞ୍ଜିଳି ଓ ଶେରଗଡ ବ୍ଲକର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି । ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି ।ମୁଖ୍ଯମନ୍ତ୍ରୀ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି। ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ । ଦଳମତରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି । ବିକାଶ ସବୁବେଳେ ଆମର ଫୋକସ୍‌ ହୋଇ ରହିଆସିଛି। ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ୱୀକୃତି ଦେଇଛନ୍ତି । ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି । ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏ ବିଜୟ ଏକ ବହୁତ ବଡ଼ ଦାୟିତ୍ୱ ବୋଲି ପ୍ରକାଶ କରି ସେ କହିଥିଲେ, ‘ମୁଁ ଆଶା କରୁଛି ଯେ ଆପଣମାନେ ଆପଣଙ୍କ ଗାଁର, ଆପଣଙ୍କ ଅଞ୍ଚଳର ବିଜୟ ପାଇଁ କାମ କରିବେ । ଲୋକଙ୍କ ସୁଖଦୁଃଖରେ ସବୁବେଳେ ସେମାନଙ୍କ ସାଥିରେ ରହିବେ । ୫ଟି ସ୍କୁଲ ରୂପାନ୍ତରରେ ସେମାନଙ୍କ କାମକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ବିକାଶ କାମକୁ ଆହୁରି ଜୋରରେ ଆଗେଇ ନେବେ ବୋଲିଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଥିଲେ । ହିଞ୍ଜିଳି ଓ ଶେରଗଡ ବ୍ଲକର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି 

Leave a Reply

Your email address will not be published. Required fields are marked *