ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସ ହାର ୯୦.୫୫ ପ୍ରତିଶତ

କଟକ: ଆଜି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି | ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ ଏମାନଙ୍କ ମଧ୍ୟରୁ ୯୦.୫୫ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ରାଜ୍ୟର ସମୁଦାୟ ୮ ହଜାର ୯୨୫ଟି ବିଦ୍ୟାଳୟର ପିଲା ପରୀକ୍ଷା ଦେଇଥିବା ବେଳେ ତିନିଟି ବିଦ୍ୟାଳୟର ରେଜଲ୍ଟ ଶୂନ୍ୟ ରହିଛି | ଅର୍ଥାତ ଏହି ତିନିଟି ବିଦ୍ୟାଳୟର କେହି ବି ପିଲା ପାସ କରିନାହାନ୍ତି |

ଏଥର ପରୀକ୍ଷାରେ ୫ ଲକ୍ଷ ୧୭ ହଜାର ୮୪୭ ପିଲା ପାସ କରିଥିବା ବେଳେ ୮ ହଜାର ୬୯୯ ଜଣ ଫେଲ ହୋଇଛନ୍ତି | ସେମଧ୍ୟରୁ ୨ ଲକ୍ଷ ୫୬ ହଜାର ୮୭୭ ଜଣ ଛାତ୍ର, ୨ ଲକ୍ଷ ୬୦ ହଜାର ୯୭୦ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ଏ-୧ ଗ୍ରେଡରେ ୮୧୧୯ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବାବେଳେ, ଏ-୨ରେ ୫୪ ହଜାର ୮୮୯ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି | ସେହିପରି ମାଟ୍ରିକ ପରୀକ୍ଷା ଫଳାଫଳକୁ ନେଇ ମନରେ ଅସନ୍ତୋଷ ଥିଲେ ଆସନ୍ତା ଜୁଲାଇ ୧୧ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରି-ଚେକିଂ ପାଇଁ ଅନଲାଇନରେ ଆବେଦନ କରିପାରିବେ |

ବୋର୍ଡ଼ ମୁଖ୍ୟ କାର୍ଯ୍ୟାଳୟଠାରେ ଆଜି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଓ ଗଣଶିକ୍ଷା ବିଭାଗ ମୁଖ୍ୟ ଶାସନ ସଚିବ ଵିଷ୍ଣୁପଦ ସେଠି, ବୋର୍ଡ ସଭାପତି ରାମାସିସ ହାଜରା, ବୋର୍ଡ ସମ୍ପାଦକ ଶ୍ରୀକାନ୍ତ ତରାଇ, ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ମାଟ୍ରିକ, ମଧ୍ୟମା ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିଛନ୍ତି।

ବର୍ତ୍ତମାନ ମାଟ୍ରିକ ପରୀକ୍ଷା ଫଳ ବୋର୍ଡ଼ ୱେବସାଇଟ www.bseodiaha.ac.in ଓ www.bseodisha.nic.in ରେ ଉପଲବ୍ଧ ହୋଇଛି । ଇଂଟରନେଟ ନଥିବା ସ୍ଥାନରେ ଏସଏମଏସ ମାଧ୍ୟମରେ ଏହି ଫଳ ଜାଣିହେବ। ଏଥପାଇଁ ପରୀକ୍ଷାର୍ଥୀମାନେ OR010<RollNo>ଲେଖି 5676750 ନମ୍ବରରେ ମସେଜ କଲେ ଏସଏମଏସ ଜରିଆରେ ପରୀକ୍ଷା ଫଳ ଜାଣିହେବ। ପରୀକ୍ଷା ଫଳ ପ୍ରକାଶ ପୂର୍ବରୁ ବୋର୍ଡ଼ର ପରୀକ୍ଷା କମିଟି ବୈଠକ ବସି ମାଟ୍ରିକ ପରୀକ୍ଷା ଫଳକୁ ଅନୁମୋଦନ କରିବା ପରେ ଦିନ ୧ଟାରେ ଫଳ ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *