ପ୍ରକାଶ ଫାଇଲ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ କଳାରେ ୮୨.୧୦ ପ୍ରତିଶତ ପିଲା ପାସ୍‌

ଭୁବନେଶ୍ଵର :  ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ  ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏଥର କଳାରେ ୮୨.୧୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ଓ ଧନ୍ଦାମୂଳକ ବିଷୟରେ ୭୦.୩୫ ପ୍ରତିଶତ ପିଲା ପାସ କରିଛନ୍ତି । ଆଜି ଅପରାହ୍ନ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର ପରୀକ୍ଷା ଫଳ ଘୋଷଣା କରିଛନ୍ତି।

Advertisement

ପରୀକ୍ଷାର୍ଥୀମାନେ ନିଜ ନିଜ ଫଳାଫଳ  www.orissaresults.nic.in ୱେବସାଇଟ୍‌ ମାଧ୍ୟମରେ ସନ୍ଧ୍ୟା ୫ଟାରୁ ଜାଣି ପାରିବେ। ସେହିପରି ଛାତ୍ରଛାତ୍ରୀ ନିଜର ମାର୍କସିଟକୁ ମଧ୍ୟ ଡାଉନଲୋଡ଼ କରିପାରିବେ। ଏଥିସହ ଛାତ୍ରଛାତ୍ରୀମାନେ ନିଜର ରୋଲ୍‌ ନମ୍ବର ଦାଖଲ କରି ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବି ପରୀକ୍ଷା ଫଳ ଜାଣିପାରିବେ।

Leave a Reply

Your email address will not be published. Required fields are marked *