ଅନୁସୂଚିତ ଜନଜାତି ଓ ଜାତି ବିଭାଗରେ ୫ଟି କାର୍ଯ୍ୟକ୍ରମ ର ଶୁଭାରମ୍ଭ କାଲେ ମୁଖ୍ୟମନ୍ତ୍ରୀ .

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ୫-ଟି କାର୍ୟ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି ,ଜାତି ବିକାଶ ବିଭାଗର ଅନେକ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , ୫୦ ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ୟ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏହିସବୁ କାର୍ୟ୍ୟକ୍ରମ ଗୁଡିକ ବିଭାଗର କାର୍ୟ୍ୟକ୍ରମ ରେ ଅଧିକ ଦକ୍ଷତା ଓ ସ୍ବଚ୍ଛତା ଆଣିବାରେ ସହାୟକ ହେବ। ଏ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଥିଲେ ଯେ ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର। ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରତ୍ବ ଦେଇ ଆସିଛନ୍ତି ବୋଲି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି।ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇଥିଲେ ମୁଖ୍ୟମନ୍ତ୍ରୀ।  

Advertisement

Leave a Reply

Your email address will not be published. Required fields are marked *