୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର:  ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ଅଗଷ୍ଟ ୧୯ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ରହିଛି ସମ୍ଭାବନା ।  ଯାହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଅନୁମାନ କରାଯାଉଛି ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ବିଟ କରି ସୂଚନା ଦେଇଛି।

ଏ ପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୫ଟି ଜିଲ୍ଲା ଗୁଡିକ ହେଲା  ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *