ଅନୁଗୋଳ: ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ବ୍ରାହ୍ମଣୀ ନଦୀ ଉପରେ ଥିବା ସମଲ ବ୍ୟାରେଜରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ସମଲ ଅଞ୍ଚଳର ଜଣେ ଯୁବତୀ ଶନିବାର ସକାଳେ ସମଲ ବ୍ୟାରେଜର ୨୪ ନମ୍ବର ଗେଟ୍ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପାଖରେ ଉପସ୍ଥିତ ଥିବା ଅଞ୍ଚଳବାସୀ ଏହା ଦେଖି ହଠାତ ବ୍ୟାରେଜ୍ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ ବ୍ୟାରେଜ୍ କର୍ତ୍ତୃପକ୍ଷ ଖୋଲା ଥିବା ନିକଟସ୍ଥ ଗେଟ୍ ଗୁଡିକୁ ବନ୍ଦ କରିଥିଲେ ।

ସ୍ଥାନୀୟ କିଛି ଲୋକ ଗେଟ୍ ତଳକୁ ଯାଇ ଯୁବତୀଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରିବା ପରେ ଡଙ୍ଗା ସାହାଯ୍ୟରେ ତାଙ୍କୁ କୁଳରେ ପହଞ୍ଚାଇଥିଲେ । ଯୁବତୀକୁ ଉଦ୍ଧାର କରିବା ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଡାକ୍ତରଖାନା ପଠାଯାଇଥିଲା । ଆତ୍ମହତ୍ୟା ଉଦ୍ୟମ ପଛର କାରଣ ଜଣାପଡି ନାହିଁ ।