ଭୁବନେଶ୍ଵର: ରାଜ୍ୟର ବିଦ୍ୟୁତ ଉପଭୋକ୍ତାଙ୍କୁ ଆଜି ଝଟକା ଦେଇଛି ଓଡିଶା ବିଦ୍ୟୁତ ନିୟାମକ ଆୟୋଗ | କାରଣ ଆପଣ ବ୍ୟବହାର କରୁଥିବା ବିଦ୍ୟୁତ ବିଲ ବାବଦକୁ ଏଣିକି ଅଧିକ ଟଙ୍କା ଦେବାକୁ ପଡିବ | ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ବଢ଼ିଥିବାବେଳେ କିଲୋୱାଟ(ୟୁନିଟ) ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି ହୋଇଛି |ଏପ୍ରିଲ ୪ରୁ ବର୍ଦ୍ଧିତ ଦର ଲାଗୁ ହେବ ବୋଲି ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ନିଷ୍ପତ୍ତି ନେଇଛି | ସୂଚନା ମୁତାବକ ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧିକୁ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ମଞ୍ଜୁରୀ ଦେଇଛନ୍ତି |
ବିପିଏଲ ଓ ଜନସେଚନ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ବିଲ ଅପରିବର୍ତ୍ତିତ ରହିଛି | ସେହିପରି ମିଟର ରେଣ୍ଟ ଓ ମାସିକ ସର୍ବନିମ୍ନ ଚାର୍ଜକୁ ମଧ୍ୟ ଅପରିବର୍ତ୍ତିତ ରଖାଯାଇଛି | ତେବେ ଘରୋଇ ଓ ସିଙ୍ଗଲ ଫେଜ ଉପଭୋକ୍ତାଙ୍କୁ ୨ ପ୍ରତିଶତ ରିହାତି ଦିଆଯିବ | ଏହା ବାଦ ସମସ୍ତ ପ୍ରିପେଡ଼ ଉପଭୋକ୍ତାଙ୍କୁ ମଧ୍ୟ ୨ ପ୍ରତିଶତ ରିହାତି ମିଳିବ |