‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍। ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁବର୍ଣ୍ଣପୁର।

Advertisement

ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି। ମିଳିବ ଉନ୍ନତମାନର ପରିବହନ ସେବା । ଏହି ବସଷ୍ଟାଣ୍ଡରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ।ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ଯ ସରକାର ‘ଆମ ବସଷ୍ଟାଣ୍ଡ’ ଯୋଜନା ମାଧ୍ଯମରେ ଅତ୍ଯାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପଣ କରିଥିଲେ ମୁଖ୍ଯମନ୍ତ୍ରୀ।

Leave a Reply

Your email address will not be published. Required fields are marked *