କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ: ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ

କଟକ: କଟକରେ ଗୃହ ମନ୍ତ୍ରୀ ଅମିତ ଶାହ । ଓଡ଼ିଆ ବଜାରଠାରେ ଥିବା ନେତାଜୀଙ୍କ ଜନ୍ମସ୍ଥାନ ଓ ସଂଗ୍ରହାଳୟରେ ପହଞ୍ଚି ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ଏଠାରୁ ସେ କଟକ ଇନଡୋର ଷ୍ଟାଡିୟମ୍ ଅଭିମୁଖେ ଯାଇଛନ୍ତି। ଇନଡୋର୍‌ ଷ୍ଟାଡିୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୈନିକ ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ଲାଗି କଟକରେ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ, ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା  ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଲେ। ମନ୍ଦିର ଭିତରେ ସେ ସର୍ବପ୍ରଥମେ ଶ୍ରୀଗଣେଶଙ୍କୁ ଦର୍ଶନ କରିଥିଲେ। ତାପରେ ଶ୍ରୀଲିଙ୍ଗରାଜଙ୍କର ପୂଜାର୍ଚ୍ଚନା କରିଥିଲେ । ସେଠାରେ ସେ ଜଳାଭିଷେକ ମଧ୍ୟ କରିଥିବା ସୂଚନା ରହିଛି।ଏହାପରେ ଶ୍ରୀ ଶାହ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି।

Leave a Reply

Your email address will not be published. Required fields are marked *