ବାରବାଟୀ ଷ୍ଟାଡିୟମର ହେବ ନବକଳେବର; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟକୁ ତର୍ଜମା କରିଛନ୍ତି। ଆସନ୍ତା ୨୭ ତାରିଖରେ ବାରବାଟୀ ଷ୍ଟାଡିୟମର ନବକଳେବର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟୀ ଷ୍ଟାଡିୟମର ନବକଳେବର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାରବାଟୀ ଷ୍ଟାଡିୟମର ଦର୍ଶକ କ୍ଷମତା ୪୪ ହଜାରରୁ ୬୦ ହଜାରକୁ ବୃଦ୍ଧି କରାଯିବ ଏବଂ ଏଥିରେ ବକେଟ ସିଟ୍ ରହିବ। ୩ ବର୍ଷ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ଓସିଏ ସମ୍ପାଦକ ସଞ୍ଜୟ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି

ବିସିସିଆଇ,  ଓସିଏ ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏହାର ନିର୍ମାଣ କରାଯିବ। ପୁନଃ ନିର୍ମାଣ ପାଇଁ ମୋଟ ୬୦୦ କୋଟି ଟଙ୍କାର ଅଟକଳ ରଖାଯାଇଛି। ଏହି ପ୍ରୋଜେକ୍ଟ ରିପୋର୍ଟ ମଧ୍ୟ ଏକ ପ୍ରକାର ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ବାରବାଟୀ ଷ୍ଟାଡିୟମର ନବକଳେବର ଦ୍ୱାରା କ୍ରୀଡାବିତଙ୍କୁ ନାନାଦି ସୁବିଧା ସୁଯୋଗ ମିଳିବ । ଗୋଟିଏ ସ୍ଥାନରେ କ୍ରୀଡାବିତ ରହିବା ସହ ଖେଳିପାରିବେ। ସେହିଭଳି ଷ୍ଟାଡିୟମର ନବକଳେବର ପରେ ଅଧିକରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ୍ ମଧ୍ୟ ବାରବାଟୀକୁ ଫେରିବ।

Leave a Reply

Your email address will not be published. Required fields are marked *