କାୟା ମେଲାଉଛି କୋରନା । ଏପ୍ରିଲ ମାସ ପାଇଁ ଗାଇଡଲାଇନ ଜାରି କାଲେ ରାଜ୍ୟ ସରକାର ।

ଭୁବନେଶ୍ବର : ଦେଶରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ  ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟୁଛି । କିଛି ଦିନ ହେବ ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ପାର୍‌ କରିଛି । ଏହାରି ଭିତୟରେ ରାଜ୍ୟ ସରକାର ଏପ୍ରିଲ୍‌ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏପ୍ରିଲ୍‌ ୧ରୁ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି ଗାଇଡ୍‌ଲାଇନ୍‌ ।

ସତର୍କତାର ସହ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି । ଜିଲ୍ଲାପାଳ ଏବଂ ମ୍ୟୁନିସ୍‌ପାଲ୍‌ କମିଶନର୍‌ଙ୍କ ହାତରେ କ୍ଷମତା ରହିବ ସହିତ କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ସେମାନେ ନିଷ୍ପତ୍ତି ନେଇପାରିବେ । କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ କେହି ବାହାରକୁ ଆସିପାରିବେ ନାହିଁ ବା ବାହାରକୁ ବାହିରିବା ପାଇଁ ଅନୁମତି ଆବଶ୍ୟକ ହେବ । ଘରକୁ ଘର ସର୍ଭେ ହେବ ।ଏହାସହ ମାସ୍କ ଓ ସାମାଜିକ ଦୂରତା କଡାକଡି ପାଳନ କରିବାକୁ କୁହାଯାଇଛି  ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟ୍‌ମେଣ୍ଟ୍‌ ଉପରେ ଗରୁତ୍ୱ ଦେବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଥିବା ବେଳେ ଯଥା ସମ୍ଭବ ଅଧିକ ଆର୍‌ଟିପିସିଆର୍‌ ଟେଷ୍ଟ କରିବାକୁ ନିର୍ଦ୍ଦେଶ ହୋଇଛି। ମନ୍ଦିର ଭିତରକୁ କେତେ ଭକ୍ତ ଯିବେ ସେନେଇ ନିଷ୍ପତ୍ତି ନେବ ପ୍ରଶାସନ । ସେହିପରି ସାମାଜିକ, ରାଜନୈତିକ ଓ ଧାର୍ମିକ ସମାବେଶରେ ସର୍ବାଧିକ ୨ଶହ ଲୋକଙ୍କୁ ଅନୁମତି ଦିଆଯାଇଛି। 

Leave a Reply

Your email address will not be published. Required fields are marked *