ବିଧାନସଭାରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସୂଚନା, ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବବାହିନୀ .

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବବାହିନୀ ପାଇଁ ଅର୍ଥବ୍ୟବସ୍ଥା ନାହିଁ, ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ବାର୍ଥପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବବାହିନୀ ଦ୍ବାରା ବର୍ତ୍ତମାନ କରାଯାଉନାହିଁ । ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ, ତେଣୁ ଖର୍ଚ୍ଚର କୌଣସି ଅବକାଶ ନାହିଁ ବୋଲି ମନ୍ତ୍ରୀ ତୁଷାରକାନ୍ତି ବେହେରା ସୂଚନା ଦେଇଛନ୍ତି।ବିଧାୟକ ଭବାନୀ ଭୋଇଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବିଜୁ ଯୁବବାହିନୀ ନାଆଁରେ ଏକ ସଂଗଠନ ଖୋଲିଥିଲେ

Advertisement

Leave a Reply

Your email address will not be published. Required fields are marked *