ପଞ୍ଚାୟତ ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଶୁଭେଚ୍ଛା ଜଣାଇଲେ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଜିମାତ୍ କରିଛି।ଏହାକୁ ଲକ୍ଷ୍ୟ କରି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ସେ ନିଜର ଟୁଇଟରରେ ଲେଖିଛନ୍ତି, ଅକୁଣ୍ଠ ଭଲ ପାଇବା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ରେ ବିଜୁ ଜନତା ଦଳକୁ ବିଜୟୀ କରିଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ। ଏହି ଜନମତ ସେବା ପାଇଁ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି। ବିଜୟୀ ଦଳୀୟ ପ୍ରାର୍ଥୀ ଓ ଉତ୍ସର୍ଗୀକୃତ କାର୍ଯ୍ୟ ଜରିଆରେ ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ମୋର ଶୁଭେଚ୍ଛା।ସୂଚନାଯୋଗ୍ୟ, ଏଯାବତ୍ ଘୋଷିତ ୮୪୫ ଜିଲ୍ଲାପରିଷଦ ଜୋନ୍ ମଧ୍ୟରୁ ବିଜେଡି ୭୫୯, ବିଜେପି ୪୨, କଂଗ୍ରେସ ୩୭, ସ୍ବାଧୀନ ୩ ଓ ଅନ୍ୟାନ୍ୟ ୪ଟି ଜୋନରେ ବିଜୟୀ ହୋଇଛି।। ଆଉ ୬ଟି ଜୋନର ଫଳ ପ୍ରକାଶ ବାକି ଅଛି। ତେବେ ବିଜେଡି ସମସ୍ତ ୩୦ଟି ଜିଲ୍ଲାରେ ଜିଲ୍ଲା ପରିଷଦ ଗଠନ କରିବ ବୋଲି ସ୍ପଷ୍ଟ ହୋଇଛି।

Leave a Reply

Your email address will not be published. Required fields are marked *