ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି

ଭୁବନେଶ୍ବର: ବାରବାଟୀ ଟି-୨୦ ପାଇଁ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି ପହଞ୍ଚିଛନ୍ତି।  ବିମାନବନ୍ଦରରେ ଖେଳାଳିମାନଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଉଭୟ ଟିମକୁ ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ’ ଫେୟାରକୁ ନିଆଯାଇଛି। ବିମାନବନ୍ଦରଠାରୁ ହୋଟେଲ ଓ ଷ୍ଟାଡିୟମ ଯାଏଁ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ସ୍ୱାଗତ ପାଇଁ ଭୁବନେଶ୍ୱର ହୋଟେଲ ମେ’ ଫେୟାରରେ ମଧ୍ୟ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ବିଶେଷ କରି ଖେଳାଳିମାନେ କ’ଣ ଖାଇବେ ସେନେଇ ହୋଟେଲ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଭାରତୀୟ ଖେଳାଳିଙ୍କ ପାଇଁ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ ହୋଇଛି।

Advertisement
https://twitter.com/BCCI/status/1535248257009405952?s=20&t=AXl0SbTiM6rW8oraFKZQfw

ମିଳିଥିବା ସୂଚନା ଅନୁଯାୟୀ, ସବୁ ଖେଳାଳିଙ୍କ ପାଇଁ ଡାଲମା ରହିବ। ଏହା ସହ ଖେଳାଳିଙ୍କ ଖାଦ୍ୟରେ ଛେନାପୋଡ଼ ଦିଆଯିବ। ଆଗକୁ ରଜ ଥିବାରୁ ହୋଟେଲ ପକ୍ଷରୁ ୧୨ ପ୍ରକାର ପିଠା ପ୍ରସ୍ତୁତ ହେଉଛି। ଖେଳାଳିମାନଙ୍କ ପାଇଁ କାକରା, ଆରିସା, ଚକୁଳି ଓ ମଣ୍ଡା ପରି ପିଠା ଦିଆଯିବ। ଖେଳାଳିମାନେ ରେଡ୍ ମିଟ୍ ପସନ୍ଦ କରୁନଥିବାରୁ ତାହାକୁ ମେନ୍ୟୁରୁ ବାଦ୍ ଦିଆଯାଇଛି। ଅଲିଭ୍ ତେଲରେ ଖେଳାଳିଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରାଯିବ।

ସୂଚନାଯୋଗ୍ୟ, ୧୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍  ଅନୁଷ୍ଠିତ ହେବ। ଏହା ପୂର୍ବରୁ ଉଭୟ ଟିମ୍‌ ଆସନ୍ତାକାଲି ଅପରାହ୍ନ ଠାରୁ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ବାରବାଟୀ ଯାଇ ଅଭ୍ୟାସ କରିବେ।

Leave a Reply

Your email address will not be published. Required fields are marked *