ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ: ହୃଦଘାତରେ ମୃତ୍ୟୁ ହୋଇଥିବା ନେଇ ସୂଚନା

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲାସୂଚନା ଅନୁସାରେ କିଶୋର ମହାନ୍ତି ଆଜି ସକାଳୁ ଏକ କାର୍ଯ୍ୟକ୍ରମରେ ଯୋଗ‌ ଦେଇଥିଲେ। ସନ୍ଧ୍ୟାରେ ତାଙ୍କର ହୃଦ୍‌ଘାତ ହେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ବିଧାୟକ ଶ୍ରୀ ମହାନ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ

।  ସେ ଝାରସୁଗୁଡ଼ାରୁ ୩  ଥର ବିଧାୟକ ହୋଇଥିବ ବେଳେ ୨୦୧୯ ବିଧାନସଭା ନିର୍ବାଚନରେ ବିଜେଡି ଟିକେଟରେ ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳିରୁ ଲଢ଼ି ଥିଲେ। ଏଥି ସହିତ କିଶୋର ମହାନ୍ତି ଓଡ଼ିଶା ବିଧାନସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ସେହିପରି ସ୍ବର୍ଗତଃ କିଶୋର ମହାନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସିର)ର ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ।

Leave a Reply

Your email address will not be published. Required fields are marked *