ପଞ୍ଜାବ ରାଜନୀତିରେ ନାଟକୀୟ ମୋଡ଼: ଇସ୍ତଫା ଦେଲେ ଅମରିନ୍ଦର

ଚଣ୍ଡିଗଡ଼: ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଶକ୍ତ ଝଟ୍‌କା । ପଞ୍ଜାବ କଂଗ୍ରେସରେ କନ୍ଦଳ ପରେ ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି କ୍ୟାପଟେନ ଅମରିନ୍ଦର ସିଂ । ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ୍‌ ପୁରୋହିତଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ଦେଇଛନ୍ତି ଅମରିନ୍ଦର। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେଇଛନ୍ତି ଅମରିନ୍ଦର ସିଂହ । ଅମରିନ୍ଦରଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ ଇସ୍ତଫା ରାଜ୍ୟପାଳଙ୍କୁ ଦେଇଛନ୍ତି । ଦ୍ୱିତୀୟ ଥର ପାଇଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ହୋଇଥିବା ଅମରିନ୍ଦର ଦ୍ୱିତୀୟ ପାଳିର ୫ ବର୍ଷ ପୂରଣ ପୂର୍ବରୁ ଇସ୍ତଫା ଦେଇଛନ୍ତି । ସିଦ୍ଧୁଙ୍କ ସହ କ୍ୟାପଟେନଙ୍କର ଦୀର୍ଘ ଦିନ ଧରି ବିବାଦ ରହିଥିଲା ।

Leave a Reply

Your email address will not be published. Required fields are marked *