ନୂଆଦିଲ୍ଲୀ: କରୋନା ପାଇଁ ସିବିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଥିବା ବେଳେ ଦ୍ବାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଏ ନେଇ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ସେପଟେ ବର୍ତ୍ତମାନ ପାଇଁ ସିବିଏସଇ ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ। ଯେବେ ପରୀକ୍ଷା ହେବ ତାର ୧୫ ଦିନ ପୂର୍ବରୁ ଛତ୍ରଛାତ୍ରୀଙ୍କୁ ଜଣାଇ ଦିଆଯିବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରେମେଶ ପୋଖରିଆଲ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି।