ମୁଖ୍ୟମନ୍ତ୍ରୀ ଦ୍ଵାରା ଏସସିବି ମେଡିକାଲରେ ଇକମୋ ଚିକିତ୍ସା ସେବାର ଶୁଭାରମ୍ଭ।

କଟକ: ଶୁକ୍ରବାର କଟକର ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇକମୋ ୟୁନିଟର ଉଦଘାଟନ କରିଛନ୍ତି। ଏଠାରେ ଇକମୋ ଚିକିତ୍ସା ସେବାର ଶୁଭାରମ୍ଭ ହୋଇଛି।କଟକ ବଡ ମେଡିକାଲରେ ଆରମ୍ଭ ହୋଇଛି ଏହି ବ୍ୟୟବହୁଳ ଇକମୋ ଚିକିତ୍ସା । ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇକମୋ ଚିକିତ୍ସା ସେବାର ଲୋକାର୍ପଣ କରିଛନ୍ତି । ପୂର୍ବ ଭାରତରେ ସରକାରୀ ଭାବେ ଇକମୋ ଚିକିତ୍ସା ଯୋଗାଉଥିବା ଏହା ସବୁଠାରୁ ବଡ ୟୁନିଟ୍ । କଟକ ବଡ ମେଡିକାଲରେ ସବୁଦାୟ ୯ଟି ଇକମୋ ମେସିନ ସ୍ଥାପନ କରାଯାଇଛି। ଯାହା ରାଜ୍ୟର ରୋଗୀମାନଙ୍କୁ ମାଗଣାରେ ଏହି ବ୍ୟୟବହୁଳ ଇକମୋ ଚିକିତ୍ସା ଯୋଗାଇବ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଥିଲେ। ଅସ୍ଥାୟୀ ହେଲିପ୍ୟାଡରୁ ତାଳଦଣ୍ଡା କେନାଲ ଦେଇ ଏସସିବି ମେଡିକାଲ ଅଭିମୁଖେ ତାଳଦଣ୍ଡା କେନାଲ ଦେଇ ଆସୁଥିବାବେଳେ କେନାଲର ନୂତନ ବ୍ରିଜ ପାଖରେ ଅଟକି ଏହାର ଦୃଶ୍ୟ ଦେଖିଥିଲେ ମୁଖ୍ୟମନ୍ତ୍ରୀ। ଏସସିବିରେ ଇକମୋ ମେସିନ ଲୋକାର୍ପଣ କରିବା ସହ ଏକ ଭିଡିଓ ମାଧ୍ୟମରେ ଓଡ଼ିଶାବାସୀ ବାର୍ତ୍ତା ମଧ୍ୟ୍ୟ ଦେଇଛନ୍ତି।

ଇକମୋ ଚିକିତ୍ସା ସେବାର ଉଦଘାଟନ ପରେ ନବୀନ କହିଛନ୍ତି, ଗୁରୁତର କୋଭିଡ ରୋଗୀଙ୍କୁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। ଓଡ଼ିଶାରେ ହିଁ ଚିକିତ୍ସିତ ହେବେ ରୋଗୀ । ଏହି ଚିକିତ୍ସା ବେଶ ଅର୍ଥ ଆବଶ୍ୟକ କିନ୍ତୁ ରାଜ୍ୟ ସରକାର ମାଗଣାରେ ଏହି ସେବା ଯୋଗାଇଦେବେ। ଏହି ଚିକିତ୍ସାରେ ଯାହା ବି ଖର୍ଚ୍ଚ ହେବ ଲୋକଙ୍କ ଉପରେ ପଡ଼ିବ ନାହିଁ। ସବୁ ଖର୍ଚ୍ଚ ସରକାର ବହନ କରିବେ। ତୃତୀୟ ଲହରର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ। ଏଥିରେ ଶିଶୁମାନେ ଅଧିକ ମାତ୍ରାରେ ସଂକ୍ରମିତ ହେବେ ବୋଲି ବିଶେଷଜ୍ଞ କହୁଛନ୍ତି। ତେଣୁ ପିଲାଙ୍କ ସୁରକ୍ଷା ପାଇଁ କୋଭିଡ ଗାଇଡଲାଇନ ମାନିବା ସହ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଇଛନ୍ତି। ନିଜେ ସୁରକ୍ଷିତ ରହିବା ସହ ପିଲାଙ୍କୁ ସୁରକ୍ଷିତ ରଖନ୍ତୁ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *