ଆକାଶ ମାର୍ଗରୁ ବନ୍ୟାଞ୍ଚଳ  ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ : କ୍ଷତିଗ୍ରସ୍ତ ଅଞ୍ଚଳ ରେ ପନ୍ଦର  ଦିନ ପାଇଁ ରିଲିଫ ସହାୟତା ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟନାୟକ ଆଜି  ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ  ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା  ଘଟଣାରେ  ରେ  ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ  ମୁଖ୍ୟମନ୍ତ୍ରୀ ଙ୍କ ସଚିବ  5T ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ  ପରିଦର୍ଶନରେ  ଯାଇଥିଲେ । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ  ଫେରିବା ପରେ  ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା  ଘୋଷଣା  କରିଛନ୍ତି ।

ଖୁରୁଧା  , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ  ପାଣି ପଶିଛି ସେଠାରେ  ବିପନ୍ନ  ଲୋକ ମାନଙ୍କୁ 15ଦିନ  ରିଲିଫ ସହାୟତା ଦିଆଯିବ  ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା  କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା  ଗାଁ ର ଲୋକମାନଙ୍କୁ  ସାତ ଦିନ ପାଇଁ ରିଲିଫ ଦିଆଯିବ।

ପାଣି ଛାଡିବାର  ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି  ଆକଳନ  କରିବା ଏବଂ ତାର 15ଦିନ ଭିତରେ  ଘରଭଙ୍ଗା ଓ ଫସଲ  କ୍ଷତି  ସହାୟତା  ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *