ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪/୩ : ଭୁବନେଶ୍ବରର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବାବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ ଯେ, ରାଜ୍ୟର ୪୭ଟି ମ୍ୟୁନିସିପାଲଟି, ୫୯ଟି ଏନ୍ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର‌୍ୟ୍ୟନ୍ତ ଭୋଟିଂ ହେବ । ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ।

Leave a Reply

Your email address will not be published. Required fields are marked *