ସୁନ୍ଦରଗଡରେ ବିଭିନ୍ନ ପ୍ରକଳ୍ପ ଓ ଏନଟିପିସି ମେଡିକାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ସୁନ୍ଦରଗଡ: ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭିକେ ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀ । ସୁନ୍ଦରଗଡ ଗସ୍ତ କରି ବିଭିନ୍ନ ମେଗା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟ ସଚିବ ଓ ୫-ଟି ସଚିବଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଏନଏଚଆରଏମ୍ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ନିର୍ମାଣାଧିନ ପ୍ରକଳ୍ପ ସ୍ଥଳ ଓ ଏନଟିପିସି ମେଡିକାଲ ପରିଦର୍ଶନ କରିଛନ୍ତି । ସେମାନେ କୁଣ୍ଡ୍ରୁକେଲା ଗ୍ରୀଡ୍ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍ କରିଡର, ଭବାନୀପୁର ଅଙ୍ଗନବାଡି କେନ୍ଦ୍ର, କିଂଜିର୍ମା ସରକାରୀ ଉଚ୍ଚ ବିଦ୍ୟାଳୟ, ଏନଟିିପିସି ମେଡିକାଲ କଲେଜ ଓ ହସପିଟାଲ ପରିଦର୍ଶନ କରିଥିଲେ.

ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।

Leave a Reply

Your email address will not be published. Required fields are marked *