ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା,ନିଜ ଘରେ ହାରିଲେ ଜୀବନ।

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି। ସେ ଭୁବନେଶ୍ବରର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଆଜି ଘରୁ ରାଇମୋହନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିବାରିକ ଅସନ୍ତୋଷକୁ ନେଇ ସେ ଜୀବନ ହାରିଥିବା କୁହାଯାଉଛି।ଉଲ୍ଲେଖଯୋଗ୍ୟ, ଓଲିଉଡ ଓ ଯଲିଉଡର ଚର୍ଚ୍ଚିତ ଖଳନାୟକ ରାଇମୋହନ ପରିଡ଼ା ୧୯୮୬ ମସିହାରେ ମୁକ୍ତିଲାଭ କରିଥିବା ବସନ୍ତ ନାୟକଙ୍କ ପ୍ରଯୋଜିତ ତଥା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶିତ ସୁପରହିଟ୍ ଫିଲ୍ମ ‘ପକାକମ୍ବଳ ପୋତ ଛତା’ ଜରିଆରେ ଓଡ଼ିଆ ସିନେମାରେ ପାଦ ଥାପିଥିଲେ।

Advertisement


ଏହାପରେ ରାଇମୋହନଙ୍କୁ ମୁଖ୍ୟ ଖଳନାୟକ ଭୂମିକାରେ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି। ଏଥିମଧ୍ୟରେ ରହିଛି କୋଟିଏ ମଣିଷ ଗୋଟି ଜଗା, ଲକ୍ଷେ ଶିବ ପୂଜି ପାଇଚି ପୁଅ, ସୁନା ସଂସାର, ସ୍ତ୍ରୀ, ରଣଭୂମି, ରସିକ ନାଗର, ତୁ ଥିଲେ ମୋ’ ଡର କାହାକୁ, ଲକ୍ଷ୍ମୀ ପ୍ରତିମା , ମେଣ୍ଟାଲ୍, ‘ତୁ ମୋ’ ସୁନାଚଢେଇ’ ଏବଂ ‘ମିଷ୍ଟର ମଜନୁ’ ଆଦି ସମେତ ୭୦ ରୁ ଅଧିକ ଓଡ଼ିଆ ସିନେମା।

Leave a Reply

Your email address will not be published. Required fields are marked *