୧୯ରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: କରୋନା ପୁଣି ଚିନ୍ତା ବଢାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ ହେବାକୁ ଯାଉଛି। ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କ ପଢିବା ପାଇଁ ଅନଲାଇନ୍‌ କ୍ଲାସ୍‌ ଆରମ୍ଭ ହେବା ନେଇ ଘୋଷଣା କରିଛି ଉଚ୍ଚ ଶିକ୍ଷା ବିଭାଗ। ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ। ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନେଇଛି ଉଚ୍ଚ ଶିକ୍ଷା ବିଭାଗ

Advertisement

।ଆସନ୍ତା ସୋମବାର ଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜର ପରୀକ୍ଷା ଓ ଅଫଲାଇନ୍‌ ପାଠପଢ଼ା ବନ୍ଦ ରହିବ। ୧୯ ତାରିଖ ସୁଦ୍ଧା ସମସ୍ତ ହଷ୍ଟେଲ ବନ୍ଦ ଏବଂ ଖାଲି କରିବା ପାଇଁ ମଧ୍ଯ ନିର୍ଦ୍ଦେଶ ହୋଇଛି। ସିଲାବସ ଶେଷ ହେବା ପର୍ଯ୍ଯନ୍ତ ଅନଲାଇନରେ କ୍ଲାସ କରାଯିବ। ସମସ୍ତ ଉଚ୍ଚଶିକ୍ଷା ଅନୁଷ୍ଠାନରେ ୫୦ ପ୍ରତିଶତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କୁ ନେଇ ଚାଲିବ। ରୋଟେସନ ଭିତିରେ ଅଫିସ, ଏକାଡେ଼ମିକ, ପ୍ରଶାସନିକ କାର୍ଯ୍ଯ ହେବ। ଶିକ୍ଷକମାନେ ଅନଲାଇନରେ କ୍ଲାସ ନେବେ ।

Leave a Reply

Your email address will not be published. Required fields are marked *