ମୋଦିଙ୍କୁ ଚିଠି ଲେଖିଲେ ନବୀନ ……

ଭୁବନେଶ୍ୱର: ଆବାସ ଯୋଜନା ହିତାଧିକାରୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା  ଫୋନି ଦ୍ୱାରା ପ୍ରଭାବିତ ୧୪ ଜିଲ୍ଲା ଛାଡ଼ି ଅନ୍ୟ ଜିଲ୍ଲା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବୀନ । ଅନ୍ୟ ୧୬ ଜିଲ୍ଲାକୁ ପାଇଁ ଆବାସ ପ୍ଲସରେ ସାମିଲ କରିବାକୁ ସେ ଅନୁରୋଧ କରିଛନ୍ତି ।

ଅନ୍ୟ ୧୬ ଜିଲ୍ଲା ଏଥିରୁ ବଞ୍ଚିତ ହୋଇଛନ୍ତି । ବଞ୍ଚିତ ଜିଲ୍ଲା ମଧ୍ୟରେ କେବିକେ ଓ ଆଦିବାସୀ ଏବଂ ଅନ୍ୟାନ୍ୟ ପଛୁଆ ଅଞ୍ଚଳ ହିତାଧିକାରୀ ଅଛନ୍ତି । ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ ପାଇଁ ଦାବି କରିଛନ୍ତି ନବୀନ । ଓଡ଼ିଶା ପାଇଁ ୮ ଲକ୍ଷ ୧୭ ହଜାର ଟାର୍ଗେଟ୍ ଦେଇଛି କେନ୍ଦ୍ର । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *