ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ ଅନୁଗୋଳ ରୁ ସର୍ବାଧିକ ୩ ମୃତ ।

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ  ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । 

ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।  ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୫୧କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *