ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍, ଚାଲିଗଲା ଆଉ ୩୫ ଜୀବନ.

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ଲେଖାଏଁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଝାରସୁଗୁଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ରାୟଗଡ଼ା, ନୟାଗଡ଼, କେନ୍ଦୁଝର, ଜଗତସିଂହପୁର, ଗଞ୍ଜାମ, କଟକ, ବୌଦ୍ଧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୫୮୪କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି

Leave a Reply

Your email address will not be published. Required fields are marked *