ଭୁବନେଶ୍ୱର: ରାଜ୍ୟରେ ଆଗକୁ ଆସୁଛି ବଡ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମିଆଁମାରା ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କାଲି ଦକ୍ଷିଣ ଚୀନ୍ ସମୁଦ୍ରରୁ ଆଣ୍ଡାମାନ୍ ସାଗରକୁ ପ୍ରବେଶ କରିବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ୩୦ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, canaltaronja.cat କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରୁ ଆହୁରି ବଢିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର
Related Posts
ବୈତରଣୀ ନଦୀରୁ ଶିବ ଲିଂଗ ଓ ମନ୍ଦୀର ଚୁଡା ଉଦ୍ଧାର ପରେ ଆରମ୍ଭ ହୋଇଛି ପୂଜାର୍ଚ୍ଚନା
ଯାଜପୁର :ଯାଜପୁର ଜିଲା ବୈତରଣୀ ନଦୀରୁ ଶିବ ଲିଂଗ ଓ ମନ୍ଦୀର ଚୁଡା ଉଦ୍ଧାର ହେବା ପରେ ଏହାକୁ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ହୋଇଛି ।…
ଓଡ଼ିଶାକୁ ବିଜେଡି ମୁକ୍ତ କରିବାକୁ ପଡ଼ିବ: ବିଜେପି ରାଷ୍ଟ୍ରୀୟ ଅଧକ୍ଷ
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଯୁବା, ମହିଳା ବଞ୍ଚିତ, ଦଳିତ ସବୁ ବର୍ଗର ଲୋକଙ୍କ କଥା ଚିନ୍ତା କରୁଛନ୍ତି। ମୋଦୀଜୀଙ୍କ ବିଭିନ୍ନ ଯୋଜନା ଲୋକଙ୍କ ହିତ…
ରାଜ୍ୟରେ ହେବ ୩୪ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ, ରହିବ ସ୍ବତନ୍ତ୍ର ବ୍ୟବସ୍ଥା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ…