ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଚାରି ଓଡ଼ିଆ ଶ୍ରମିକ।

ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ। ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ। ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ। ଯେଉଁ ଶ୍ରମିକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ।

Advertisement

Leave a Reply

Your email address will not be published. Required fields are marked *