ପଞ୍ଚାୟତ ନିର୍ବାଚନ : ଚତୁର୍ଥ ଦିନରେ ନାମାଙ୍କନ ଭରିଲେ ୫୮ ହଜାର ୫୮୮ ପ୍ରାର୍ଥୀ

ଭୁବନେଶ୍ଵର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ନାମାଙ୍କନ ଭରିଛନ୍ତି ୫୮ ହଜାର ୫୮୮ ପ୍ରାର୍ଥୀ। ସାରା ରାଜ୍ୟରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଆଜି ୫୮ ହଜାର ୫୮୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ଆଜି ୮୮୪୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୪୦,୭୩୨ ଜଣ ସମିତି ସଭ୍ୟ ପାଇଁ ୭୮୩୨ ଓ ୧୧୮୨ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗତକାଲି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୮୯୪୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୩୭ ହଜାର ୨୩୨ ଜଣ, ସମିତି ସଭ୍ୟ ପାଇଁ ୬୨୦୫ ଓ ୪୮୪ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ସାରା ରାଜ୍ୟରେ ନାମାଙ୍କନ ଭରିଛନ୍ତି ୫୮ ହଜାର ୫୮୮ ପ୍ରାର୍ଥୀ।

Leave a Reply

Your email address will not be published. Required fields are marked *