୩ ଦିନ ତାତିରୁ ନିସ୍ତାର ନାହିଁ ; ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲା ପାଇଁ ଆଲଟ ଜାରି ।

ଭୁବନେଶ୍ବର : ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଲାଗି ରହିବ ଏନେଇ ସତର୍କ  ଜାରିକରିଛି ଭାରତୀୟ ପାଣିପାଗ ବିଭାଗ । ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହେବ ବୋଲି ସୂଚନା ରହିଛି । ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ସାରା ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଅଳ୍ପ କେତୋଟି ଜିଲ୍ଲାକୁ ଛାଡ଼ିଦେଲେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ

Leave a Reply

Your email address will not be published. Required fields are marked *