ଲଘୁଚାପ ରୂପ ନେଲା ସୃଷ୍ଟ ଘୂର୍ଣ୍ଣିବଳୟ; ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାରପ ରୂପ ନେଇଛି । ଘନୀଭୂତ ହେବା ପରେ ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ରହିଛି। ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।

Advertisement

ଆଜି ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୫ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଗଞ୍ଜାମ, ପୁରୀ, କଟକ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। କନ୍ଧମାଳ, ବୌଦ୍ଧ, ପୁରୀ, କଳାହାଣ୍ଡି ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ରହିବ। ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଜି ଏବଂ ଆସନ୍ତାକାଲି ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଥିବାରୁ ଏବେ ବି ବିଭିନ୍ନ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି

Leave a Reply

Your email address will not be published. Required fields are marked *