ଦୁଇ ଲୁହାପଥର ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଉତ୍ପାଦନ ଆରମ୍ଭ କଲା omc

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡ଼ିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି କି ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।ଓଡ଼ିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି। ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ ୧୩ ଏମ୍‌ସ୍‌ ସିଷ୍ଟମ୍‌ ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ଼ ବଡ଼ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି । ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡ଼ିଶାର ରହିଛି। ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି।  . ଏହି ଦୁଇଟି ଖଣିକୁ ଓଏମସିକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ 

Leave a Reply

Your email address will not be published. Required fields are marked *